ଏମ୍ସର ବିଭିନ୍ନ ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 5, 2020

ଏମ୍ସର ବିଭିନ୍ନ ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ : ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ (ଏମ୍ସ) ଭୋପାଳରେ ଖାଲି ପଡ଼ିଥିବା ୩୪ଟି ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ୭ ଫେବୃଆରୀ ଆବେଦନର ଶେଷ ତାରିଖ ରହିଛି। ଏହି ପଦ ପାଇଁ ଆବେଦନ କରିବାକୁ ହେଲେ ଆବେଦନକାରୀଙ୍କୁ ଯେ କୌଣସି ମାନ୍ୟତା ପ୍ରାପ୍ତ ସଂସ୍ଥାନରୁ ଏମ୍‌ଡି ଓ ଏମ୍‌ଏସ୍‌ ଡିଗ୍ରୀ ରହିଥିବା ଆବଶ୍ୟକ। ଆବେଦନକାରୀଙ୍କ ସର୍ବାଧିକ ବୟସ ୫୦ ବର୍ଷ ରହିଛି। ସେହିପରି ସାଧାରଣ ଓ ଅନ୍ୟାନ୍ୟ ବର୍ଗଙ୍କ ପାଇଁ ଆବେଦନ ଶୁଳ୍କ ୨୦୦୦ ଟଙ୍କା ରହିଥିବା ବେଳେ ଦିବ୍ୟାଙ୍ଗ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ପାଇଁ କୌଣସି ଆବେଦନ ଶୁଳ୍କ ରଖାଯାଇନାହିଁ।

ସେହିପରି ଏମସ୍‌ ଭୋପାଳର ସିନିୟର୍‌ ରେସିଡେଣ୍ଟ ପଦପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପଦପାଇଁ ଅଲଗା ଅଲଗା ଶିକ୍ଷାଗତ ଯୋଗ୍ୟତା ରଖାଯାଇଛି। ସାଧାରଣ ଓ ଅନ୍ୟାନ୍ୟ ବର୍ଗଙ୍କ ପାଇଁ ଆବେଦନ ଶୁଳ୍କ ୧୫୦୦ ଟଙ୍କା ଏବଂ ଦିବ୍ୟାଙ୍ଗ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ୧୨୦୦ ଟଙ୍କା ଆବେଦନ ଶୁଳ୍କ ରହିଛି।

ଏହିସବୁ ପଦପାଇଁ ଇଣ୍ଟରଭ୍ୟୁ ଆଧାରରେ ଚୟନ କରାଯିବ। ୧୨ ଫେବୃଆରୀରେ ଇଣ୍ଟରଭ୍ୟୁ ହେବ।
– ପ୍ରଥମେ www.aiimsbhopal.edu.in ୱେବସାଇଟ୍‌କୁ ଯାଆନ୍ତୁ।
– ଏହାପରେ Vacancy ଲିଙ୍କକୁ ଯାଇ job Advertisement କ୍ଲିକ୍‌ କରନ୍ତୁ।



from Odisha Reporter https://ift.tt/2UpKEZD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages