ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ସକାଳ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ଣ ୧ଟା ୩୦ରେ ସରିବ। ସିବିଏସଇ ଦଶମ ପରୀକ୍ଷା ୧୫ ଫେବ୍ରୁଆରୀରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖରେ ସରିବ। ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ।
ଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୨ ଲକ୍ଷ ଦ୍ୱାଦଶ ଶ୍ରେଣୀରେ ପରୀକ୍ଷା ଦେବେ। ସେହିପରି ୫ ହଜାର ୩୭୬ ଟି ସେଣ୍ଟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ହୋଇଥିବା ବେଳେ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ୪ ହଜାର ୯୮୩ ପରୀକ୍ଷା କେନ୍ଦ୍ର ହୋଇଛି।
ପରୀକ୍ଷା ପାଇଁ କୌଣସି ଛାତ୍ରଛାତ୍ରୀ ଚାପରେ ନ ରହିବା ପାଇଁ ସିବିଏସଇ କର୍ତ୍ତୃପକ୍ଷ ପରାମର୍ଶ ଦେଇଛନ୍ତି। ଏମିତିକି ଅଭିଭାବକମାନେ ପିଲାଙ୍କୁ ଚାପମୁକ୍ତ ରଖିବାକୁ ଚେଷ୍ଟା କରନ୍ତୁ ବୋଲି ସେ କହିଛନ୍ତି।
from Odisha Reporter https://ift.tt/37tVwse
No comments:
Post a Comment