ଅଟୋରୁ ଖସି ପାଞ୍ଚ ବର୍ଷର ଛାତ୍ର ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 18, 2020

ଅଟୋରୁ ଖସି ପାଞ୍ଚ ବର୍ଷର ଛାତ୍ର ମୃତ

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଅଟୋରୁ ଖସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟ ତିଳେଶ୍ୱର ରାମମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଜୟ ପ୍ରଧାନ। ତାଙ୍କୁ ମାତ୍ର ପାଞ୍ଚ ବର୍ଷ ହୋଇଥିଲା।

ସୂଚନା ଅନୁଯାୟୀ, ଆଜି ସକାଳେ ଅଟୋଟି ଅଜୟଙ୍କ ସମେତ ୧୫ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଦିଗପହଣ୍ଡିରେ ଥିବା ଏକ ଘରୋଇ ସ୍କୁଲକୁ ଯାଉଥିଲା। ଅଜୟ ଅଟୋର ଗୋଟିଏ ସାଇଟ୍‌ରେ ବସିଥିଲେ। ଅସାବଧାନ କାରଣରୁ ସେ ଚଳନ୍ତା ଅଟୋରୁ ଖସି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।

ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ସ୍କୁଲ କର୍ତ୍ତୃପକ୍ଷ ଓ ଅଟୋ ଚାଳକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଉତ୍ତ୍ୟକ୍ତ ଲୋକେ ଦିଗପହଣ୍ଡି-ଚିକିଟି ରାସ୍ତା ଅବରୋଧ କରିଛନ୍ତି।  ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ପୁଲିସ୍‌ ଅଟୋକୁ ଜବତ କରି ଘଟଣାର ତଦନ୍ତ କରୁଛି। ଓଭରଲୋଡିଂ ଯୋଗୁ ଏମିତି ଘଟିଥିବା ଲୋକେ ଅଭିଯୋଗ କରିଛନ୍ତି।

 



from Odisha Reporter https://ift.tt/2SIAfqJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages