ଛତୁ ପରଟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 10, 2020

ଛତୁ ପରଟା

ଆବଶ୍ୟକ ସାମଗ୍ରୀ: ଅଟା, ଛତୁ, ଲୁଣ, ମଇଦା, ଜୁଆଣି, ଘିଅ, ଗୋଲମରିଚ ଗୁଣ୍ଡ, କଟା ପିଆଜ, କଟା କଞ୍ଚା ଲଙ୍କା, କଟା ଅଦା, ଲଙ୍କା ଗୁଣ୍ଡ, ଚାଟ୍‌ ମସଲା, ଆମଚୁର ପାଉଡର, କଟା ଧନିଆ ପତ୍ର ଓ ତେଲ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ଅଟା, ଲୁଣ, ମଇଦା, ଜୁଆଣି ଓ ଘିଅ ନେଇ ଭଲ ଭାବେ ଗୋଳାନ୍ତୁ। ଏହା ପରେ ଅଳ୍ପ ଅଳ୍ପ ପାଣି ଢାଳି ଅଟାକୁ ଦଳନ୍ତୁ।  ଅଟା ଦଳି ସାରିବା ପରେ ନରମ ହେବା ପାଇଁ ଏହାକୁ ଏକ କପଡ଼ାରେ ଗୁଡ଼ାଇ କିଛି ସମୟ ରଖି ଦିଅନ୍ତୁ।

ଏବେ ତାୱା ଗରମ କରି ତେଲ ପକାନ୍ତୁ। ତେଲ ଗରମ ହେବା ପରେ କଟା ଛତୁକୁ ପକାଇ ଅଳ୍ପ ଲୁଣ ଓ ଗୋଲମରିଚ ଗୁଣ୍ଡ ଦେଇ କିଛି ସମୟ ଭାଜନ୍ତୁ। ପରେ ଏଥିରେ କଟା ପିଆଜ, କଟା କଞ୍ଚା ଲଙ୍କା, କଟା ଅଦା, ଲଙ୍କା ଗୁଣ୍ଡ, ଚାଟ୍‌ ମସଲା, ଆମଚୁର ପାଉଡର ଓ କଟା ଧନିଆ ପତ୍ର ପକାଇ ଭଲ ଭାବେ ଗୋଳାନ୍ତୁ। ମସଲା ପ୍ରସ୍ତୁତ ହୋଇଯିବା ପରେ ଏହାକୁ କାଢ଼ି ଥଣ୍ଡା କରନ୍ତୁ।

ଏବେ ଚକଟା ଯାଇଥିବା ଅଟାକୁ ଗୁଳା କରନ୍ତୁ ଓ ଏହାକୁ ଅଳ୍ପ ବେଲି ଏହା ମଝିରେ ଛତୁ ପୁର ଦେଇ ପୁଣି ବନ୍ଦ କରିଦିଅନ୍ତୁ। ଏହା ପରେ ଏଗୁଡ଼ିକୁ ରୁଟି ପରି ବେଲନ୍ତୁ ଏବଂ ଗରମ ତାୱାରେ ପକାଇ ଭଲ ଭାବେ ସେକନ୍ତୁ। ଦୁଇ ପଟ ଭଲ ଭାବେ ସେକି ହୋଇଗଲେ ତେଲ ପକାଇ ଏପଟ ସେପଟ କରନ୍ତୁ। ପ୍ରସ୍ତୁତ ହୋଇଗଲା ସୁଆଦିଆ ‘ଛତୁ ପରଟା’। ଏହାକୁ ଚଟଣି, ସସ୍‌ କିମ୍ବା ଦହି ସହିତ ଗରମ ଗରମ ପରଷନ୍ତୁ।



from Odisha Reporter https://ift.tt/39kDh9O

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages