ଟ୍ରକ୍-ପିକ୍ଅପ୍ ଭ୍ୟାନ୍ ଧକ୍କା ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 22, 2020

ଟ୍ରକ୍-ପିକ୍ଅପ୍ ଭ୍ୟାନ୍ ଧକ୍କା ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ସୋନପୁର (ରବୀନ୍ଦ୍ର ହୋତା): ଗତକାଲି ସୋନପୁର-ସମ୍ୱଲପୁର ରାସ୍ତାର ମେଟାକାନୀ ନିକଟରେ ହୋଇଥିବା ଟ୍ରକ୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟଛି। ଏଥିସହ ବ୍ୟାଣ୍ଡପାର୍ଟିର ଆଉ ଜଣେ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ବ୍ୟାଣ୍ଡପାର୍ଟିର ଆଉ ୬ ଜଣ ସଦସ୍ୟ ଏବେବି ଚିକିତ୍ସାଧୀନ ଅଛନ୍ତି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ଖେମାଲୋଏ ଗାଁର ଏକ ବ୍ୟାଣ୍ଡପାର୍ଟି ଟିମ୍‌ ଏକ ବିବାହ କାର୍ଯ୍ୟକ୍ରମରେ ବ୍ୟାଣ୍ଡ ବଜାଇବା ପାଇଁ ପିକ୍‌ଅପ୍‌ ଭ୍ୟାନ୍‌ରେ ରାମପୁର ରୁଷୁଡ଼ାକୁ ଯାଉଥିଲେ। ତେବେ ସୋନପୁର-ସମ୍ବଲପୁର ରାସ୍ତାର ମେଟାକାନୀରେ ଏକ ଟ୍ରକ୍‌ ସହ ପିକ୍‌ଅପ୍‌ ଭ୍ୟାନ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ତେଜରାଜ ବାଗ ଓ ଉତ୍ତମ ଡଙ୍ଗରିଆଙ୍କ ମୃତ୍ୟୁ ଘଟିଥିଲା।  ଅନ୍ୟ ୮ ଜଣ ପିକ୍‌ଅପ୍‌ ଭ୍ୟାନ୍‌ ଭିତରେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ପିକ୍‌ଅପ୍‌ ଭ୍ୟାନ୍‌ର ଡୋର୍‌ କାଟି ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା।



from Odisha Reporter https://ift.tt/39T2Zm5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages