ମାର୍ଚ୍ଚ ୨୬ରେ ୫୫ ରାଜ୍ୟସଭା ଆସନ ପାଇଁ ନିର୍ବାଚନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 24, 2020

ମାର୍ଚ୍ଚ ୨୬ରେ ୫୫ ରାଜ୍ୟସଭା ଆସନ ପାଇଁ ନିର୍ବାଚନ

ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ହେବ ନିର୍ବାଚନ। ଏନେଇ ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ଖାଲି ହେଉଥିବା ୫୫ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୪ଟି ସିଟ୍‌ ରହିଛି।

ଏହି ନିର୍ବାଚନ ପାଇଁ ମାର୍ଚ୍ଚ ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୧୩ ତାରିଖରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ମାର୍ଚ୍ଚ ୨୬ ତାରିଖରେ ୫୫ ଜଣ ରାଜ୍ୟସଭା ଆସନ ପାଇଁ ହେବ ଭୋଟ ଗ୍ରହଣ ।

ସକାଳ ୯ଟାରୁ ଅପରାହ୍ନ ୪ ମଧ୍ୟରେ ଭୋଟ ଗ୍ରହଣ ହେବା ସହ ସନ୍ଧ୍ୟା ୫ଟାରେ ଫଳାଫଳ ଘୋଷଣା ହେବ । ଏହାସହ ମାର୍ଚ୍ଚ ୩୦ ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ । ୧୭ଟି ରାଜ୍ୟର ୫୫ ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ମାସରେ ଶେଷ ହେଉଛି।



from Odisha Reporter https://ift.tt/2SYefYV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages