ଟ୍ରକ୍‌ ପଛରେ ପିଟି ହେଲା ବାଇକ୍‌; ୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 17, 2020

ଟ୍ରକ୍‌ ପଛରେ ପିଟି ହେଲା ବାଇକ୍‌; ୨ ମୃତ

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଚଟି ଛକ ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ବାଇକ୍‌ ପିଟି ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତାହତଙ୍କ ପରିଚୟ ଜଣାପଡ଼ି ନାହିଁ।  ଖବର ପାଇ ଗୋଳନ୍ଥରା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ରାତିରେ ବାଇକ୍‌ରେ ୩ ଜଣ ଥିବା ବେଳେ ତାହା ଦ୍ରୁତ ଗତିରେ ଯାଉଥିଲା। ଏହି ସମୟରେ ବାଇକ୍‌ଟି ଆଗରେ ଯାଉଥିବା ଟ୍ରକ୍‌ ସହ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ଗୁରୁତର ବ୍ୟକ୍ତିଙ୍କୁ କଟକ ବଡ଼ ଡାକ୍ତରଖାନା ନିଆଯାଇଥିବା ଜଣାପଡ଼ିଛି।



from Odisha Reporter https://ift.tt/2uKewFK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages