ପିକ୍‌ଅପ୍‌ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ; ୮ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 23, 2020

ପିକ୍‌ଅପ୍‌ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ; ୮ ଗୁରୁତର

ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଗୁଣ୍ଡୁଳା ଘାଟିରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଦେବଗଡ଼ ଜିଲ୍ଲା ମାଦାଳିଆ ଗାଁର ୧୫ ଜଣ ଲୋକ ଏହି ପିକ୍‌ଅପ୍‌ ଭ୍ୟାନ୍‌ରେ ବୀରକଳା ଗାଁକୁ ଦଣ୍ଡନାଚ କରିବାକୁ ଯାଉଥିଲେ। ତେବେ ଗୁଣ୍ଡୁଳା ଘାଟିର ଏକ ବୁଲାଣିରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼ ଡ୍ରେନ୍‌ରେ ଖସି ପଡ଼ିଥିଲା। ଫଳରେ ସମସ୍ତେ ଗାଡ଼ିରୁ ଛିଟିକି ପଡ଼ିଥିଲେ। ସମସ୍ତେ ଆହତ ହୋଇଥିଲେ ହେଁ ୮ ଜଣ ଗୁରୁତର ଆହତ ହୋଇଛନ୍ତି।

ଖବରପାଇ ବାଂଶପାଳ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା ଓ ଗୁରୁତରଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା।



from Odisha Reporter https://ift.tt/2Ph4ra1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages