ରାସ୍ତା କଡ଼କୁ ଓଲଟିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 18, 2020

ରାସ୍ତା କଡ଼କୁ ଓଲଟିଲା ବସ୍‌

ଭଦ୍ରକ(ପାର୍ଥସାରଥୀ ନାୟକ): ୧୬ନଂ ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ନେଉଳିଆ ଛକ ନିକଟରେ ଆଜି ଭୋରରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଥିବା ଜଣାପଡ଼ିଛି। ବସ୍‌ଟି ବାଲେଶ୍ୱରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ସମୟରେ ବସ୍‌ରେ ୪୮ ଯାତ୍ରୀ ଥିବା ବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି।  ସେମାନଙ୍କ ମଧ୍ୟରୁ ୫ ଜଣ ସାମାନ୍ୟ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ବସ୍‌ଟି ବାଲେଶ୍ୱରରୁ ରାତି ପ୍ରାୟ ୪ଟାରେ ବାହାରି ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ମାତ୍ର ବସ୍‌ଟି ପ୍ରାୟ ଦେଢ ଘଣ୍ଟା ଆସିବା ପରେ ଭଣ୍ଡାରୀପୋଖରୀ ନେଉଳିଆ ଛକ ନିକଟରେ ରାସ୍ତା କଡ଼ରେ ବାଲି ଗଦା ହୋଇଥିଲା। ବସ୍‌ ଚାଳକ ଏହା ଜାଣି ନ ପାରି ଦ୍ରୁତ ଗତିରେ ଗାଡ଼ିକୁ ନେଉଥିବା ବେଳେ ତାହା ବାଲି ଗଦା ଉପରେ ଚଢ଼ିଯାଇଥିଲା । ଫଳରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିଲା।

ଆହତମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ନ ଥିବା ଜଣାଯାଇଛି।



from Odisha Reporter https://ift.tt/2V0i3u9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages