କାମ ନ କରି ଆନ୍ଦୋଳନ କଲେ ଲାଗୁ ହେବ ‘ନୋ ୱାର୍କ ନୋ ପେ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 18, 2020

କାମ ନ କରି ଆନ୍ଦୋଳନ କଲେ ଲାଗୁ ହେବ ‘ନୋ ୱାର୍କ ନୋ ପେ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜର ଅଧ୍ୟାପକ ଓ ଅଣ ଶିକ୍ଷା କର୍ମଚାରୀଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚେତାବନୀ। ଯଦି ଛୁଟି ମଞ୍ଜୁର ନ ହୋଇ ଅଧ୍ୟାପକ ଓ ଅଣ ଶିକ୍ଷା କର୍ମଚାରୀ ଛୁଟିରେ ରୁହନ୍ତି ତେବେ ନୋ ୱାର୍କ ନୋ ପେ’ ” ନିୟମ ଲାଗୁ ହେବ। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି କଡ଼ା ନିର୍ଦ୍ଦେଶ ଆସିଛି।

ଏନେଇ ଉଚ୍ଚ ଶିକ୍ଷା ସଚିବ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। କେବଳ ସମ୍ପୃକ୍ତ କଲେଜର ଉଚ୍ଚ କର୍ତ୍ତୃପକ୍ଷଙ୍କ ସ୍ୱୀକୃତି ଥିଲେ ହିଁ ଅଧ୍ୟାପକ ଛୁଟି ନେଇ ପାରିବେ ବୋଲି ଚିଠିରେ ଉଲ୍ଲେଖ ରହିଛି।

ଏପରିକି ଛୁଟି ନେଇ ରାଲି, ଧାରଣା, ହରତାଳରେ ଭାଗ ନେଇ ପାରିବେ ନାହିଁ ବୋଲି ଚିଠିରେ ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ସେହିପରି କାର୍ଯ୍ୟରେ ଯୋଗ ନ ଦେଇ ଆନ୍ଦୋଳନରେ ସାମିଲ ହେଲେନୋ ୱାର୍କ ନୋ ପେନିୟମ ଲାଗୁ ହେବ। ଏପରି କ୍ଷେତ୍ରରେ ସରକାରୀ ଅଧ୍ୟାପକ ହୋଇଥିଲେ ଆଗୁଆ ଅବସର ପାଇଁ କୁହାଯିବ। ସେହିଭଳି ଅନୁଦାନପ୍ରାପ୍ତ ଅଧ୍ୟାପକ ହୋଇଥିଲେ, ସମ୍ପୃକ୍ତ କଲେଜର ଅନୁଦାନ ପ୍ରତ୍ୟାହାର ହେବ।

କୌଣସି ଅଧ୍ୟାପକ ଯେପରି ଛୁଟି ନେଇ ଆନ୍ଦୋଳନରେ ସାମିଲ ହେଉ ନ ଥିବେ,ସେନେଇ ଅଧ୍ୟକ୍ଷ ସୁନିଶ୍ଚିତ କରିବେ। ଆନ୍ଦୋଳନରେ ସାମିଲ ପାଇଁ ଅଧ୍ୟକ୍ଷ ଛୁଟି ଦେଇଥିଲେ, ଅଧ୍ୟକ୍ଷ ଦାୟୀ ରହିବେ ବୋଲି ଚିଠିରେ ନିର୍ଦ୍ଦେଶ ରହିଛି।



from Odisha Reporter https://ift.tt/2SW3Z1Z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages