ଏହି ସବୁ ଜିଲ୍ଲାରେ ବର୍ଷା, ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 5, 2020

ଏହି ସବୁ ଜିଲ୍ଲାରେ ବର୍ଷା, ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ଘଡ଼ଘଡ଼ି ମଧ୍ୟ ମାରିପାରେ। ଏହି ଜିଲ୍ଲାଗୁଡ଼ିକ ହେଲା-ରାୟଗଡ଼ା, ଗଞ୍ଜାମ ଓ ଗଜପତି। ଉତ୍ତର କେନ୍ଦ୍ରୀୟ ଓଡ଼ିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ମଧ୍ୟ ମାରିପାରେ। ଏହାସହ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ରାୟଗଡ଼ା, ନୂଆପଡ଼ା ଗଞ୍ଜାମ ଓ ଗଜପତି।

ଆସନ୍ତା ୮ ତାରିଖରେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ବର୍ଷା ଛାଡ଼ିଲା ପରେ ୨-୩ ପର୍ଯ୍ୟନ୍ତ ଘନ କୁହୁଡ଼ି ଦେଖିବାକୁ ମିଳିବ।



from Odisha Reporter https://ift.tt/383jZpp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages