ହାତୀ ହାବୁଡ଼ରେ ପଡ଼ିଗଲେ ସୀତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 15, 2020

ହାତୀ ହାବୁଡ଼ରେ ପଡ଼ିଗଲେ ସୀତା

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜର ବେଲଗୁଣ୍ଠା ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି।  ତାଙ୍କ ନାଁ ସୀତା ଭୂୟାଁ।

ଆଜି ସକାଳେ ସୀତା ତାଙ୍କ ଯାଆଙ୍କ ସହ ମିଶି ଶୌଚ ପାଇଁ ଗାଁ ପାଖ ପଡ଼ିଆକୁ ଯାଉଥିଲେ। ଏହି ସମୟରେ ସେମାନେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ସୀତାଙ୍କୁ ଠେଲି ଦେବାରୁ ସେ ତଳେ ପଡ଼ି ଯାଇଥିଲେ। ହେଲେ ତାଙ୍କ ଯାଆ ଦୌଡ଼ି ପଳାଇ ଯାଇଥିଲେ। ସୀତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅନ୍ୟପକ୍ଷରେ ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚିଥିଲା।



from Odisha Reporter https://ift.tt/3bIxFs0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages