ବସ୍‌ ଓଲଟି ଚାଲିଗଲା ୧୯ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 19, 2020

ବସ୍‌ ଓଲଟି ଚାଲିଗଲା ୧୯ ଜୀବନ

ଚେନ୍ନାଇ(ଓଡ଼ିଶା ରିପୋର୍ଟର): ତାମିଲନାଡ଼ୁ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଛି ଯାତ୍ରୀବାହି ବସ୍ । ଫଳରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୫ ଜଣ ମହିଳା ଥିବା ଜଣାପଡ଼ିଛି।

ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଗୁରୁତର ଅହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲ ଓ ଚେନ୍ନାଇକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାଗସ୍ତ ବସ୍‌ଟି କେରଳ ପରିବହନ ବିଭାଗର ବୋଲି ଜଣାପଡ଼ିଛି।  ବସ୍‌ଟି ବେଙ୍ଗଲୁରୁରୁ କେରଳର ଏର୍ଣ୍ଣାକୁଲମ ଅଭିମୁଖେ ଯାଉଥିଲା। ଗତକାଲି ବିଳମ୍ବିତ ରାତିରେ ଟ୍ରକଟି ରାଜପଥ ଉପରେ ଛିଡ଼ା ହୋଇଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।



from Odisha Reporter https://ift.tt/2PoDxNR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages