ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 16, 2020

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଶିରିଶ ପାଳ ନିକଟ ଏନ୍‌ଏଚ୍‌ ୨୦ ବାଇପାସ୍‌ରେ ଆଜି ସକାଳେ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି   ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଜଣଙ୍କ ଟ୍ରକ୍‌ ଡ୍ରାଇଭର ବୋଲି ଜଣାପଡ଼ିଛି। ତେବେ ତାଙ୍କ ପରିଚୟ ମିଳିନାହିଁ।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଏକ ଟ୍ରକ୍‌ ଖରାପ ହୋଇ ଏନ୍‌ଏଚ୍‌ ୨୦ ବାଇପାସ୍‌ର ଡାହାଣ ପାର୍ଶ୍ୱରେ ଠିଆ ହୋଇଥିଲା। ଏହି ସମୟରେ ଅନ୍ୟ ଏକ ଟ୍ରକ୍‌ ଆସି ଉକ୍ତ ଟ୍ରକ୍‌ ପଛରେ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଧକ୍କା ଦେଇଥିବା ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌ରେ କେହି ନଥିଲେ।

ପୁଲିସ୍‌ ଓ ଅଗ୍ନିଶମ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଡ୍ରାଇଭରର ମୃତଦେହ ଉଦ୍ଧାର କରିଛନ୍ତି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟିର ସମ୍ମୁଖ ଭାଗଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।



from Odisha Reporter https://ift.tt/3bLpLy0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages