ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଛି ମ୍ୟାଟ୍ରିକ ପରୀକ୍ଷା। ଆଜି ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ଦିନ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପରୀକ୍ଷାର୍ଥୀ ସଂକ୍ଷିପ୍ତ ପ୍ରଶ୍ନର ଉତ୍ତର ଲେଖିଛନ୍ତି। ୧୧ଟାରେ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନର ସିଲ୍ ଖୋଲାଯାଇଛି। ଏହି ପରୀକ୍ଷା ସାଢେ ୧୨ଟା ଯାଏ ଚାଲିବ।
ଏଥର ମୋଟ୍ ୫ଲକ୍ଷ ୬୦ ହଜାର ୯୦୫ଜଣ ପରୀକ୍ଷାର୍ଥୀ ୨ହଜାର ୮ଶହ ୮୮କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ହଜାରେ ସେଣ୍ଟରରେ ସିସିଟିଭି କ୍ୟାମେରା ଲାଗିଛି। ଭୁବନେଶ୍ୱରରେ ବହୁ ସଂଖ୍ୟାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମ୍ୟାଟ୍ରିକ ପରୀକ୍ଷା ଦେଉଛନ୍ତି।
from Odisha Reporter https://ift.tt/2V5aCSk
No comments:
Post a Comment