ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 29, 2020

ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏହି ନୂଆ ଦାୟିତ୍ୱ ସହିତ ତାଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଛି।

ନୂଆ ଦାୟିତ୍ୱ ମିଳିବା ପରେ ଶ୍ରୀ ଦାସବର୍ମା କହିଛନ୍ତି ଯେ ଯୋଜନା ବୋର୍ଡକୁ ନୂଆ ରୂପ ଦିଆଯିବ। ସେ କହିଛନ୍ତି, “ଯୋଜନା ବୋର୍ଡକୁ କିପରି ଅଧିକ କ୍ରିୟାଶୀଳ କରି ହେବ ସେ ନେଇ ଆଲୋଚନା କରିବି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବି ଆଲୋଚନା କରିବି। ଏହାକୁ ଆପଣମାନେ ଏକ ନୂଆ ରୂପ ଓ କଳେବରରେ ଦେଖିବାକୁ ପାଇବେ।”

ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ସେ ହାରି ଯାଇଥିଲେ। ବ୍ରହ୍ମଗିରି ଆସନରୁ ବିଜେଡି ଟିକେଟ୍‌ରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ଶ୍ରୀ ଦାସବର୍ମା ଗତ ନିର୍ବାଚନରେ ବିଜେପି ପ୍ରାର୍ଥୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ଠାରୁ ପରାସ୍ତ ହୋଇଥିଲେ।



from Odisha Reporter https://ift.tt/2Vy3eiL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages