ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଠିକା କର୍ମଚାରୀ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 12, 2020

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଠିକା କର୍ମଚାରୀ ଗୁରୁତର

ଭଦ୍ରକ(ପାର୍ଥ ସାରଥୀ ନାୟକ): ବିଦ୍ୟୁତ୍ ଖୁଣ୍ଟରେ ଚଢି କାମ କରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଠିକା କର୍ମଚାରୀ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କ ନାଁ ନିରଞ୍ଜନ ପୁହାଣ। ତାଙ୍କ ଘର ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ।

ମିଳିଥିବା ସୂଚନା ଅନୁଯାୟୀ, ଆଜି ନିରଞ୍ଜନ ଭଦ୍ରକ ସହରର ଗୋପବନ୍ଧୁ ନଗରଠାରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ଚଢି କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର  ସଂସ୍ପର୍ଶରେ ଆସିଥିଲେ। ଏହାପରେ ବିଦ୍ୟୁତ୍ ଖୁଣ୍ଟରୁ ତଳକୁ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଥିବା ବିଦ୍ୟୁତ୍ ବିଭାଗର କର୍ମଚାରୀ ତାଙ୍କୁ ଉଦ୍ଧାର କରି ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ନିରଞ୍ଜନ ବିଦ୍ୟୁତ୍ ଖୁଣ୍ଟରେ ଚଢ଼ି କାମ କରୁଥିବା ସମୟରେ ବିଦ୍ୟୁତ କାଟ କରାଯାଇ ନ ଥିଲା ବୋଲି ଅଭିଯୋଗ ହେଉଛି।



from Odisha Reporter https://ift.tt/2tMenkm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages