ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 4, 2020

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ପଶ୍ଚିମ ଓଡ଼ିଶାରେ ବନ୍ଦ ପାଳନ କରାଯାଇଛି। ବଡ଼ି ଭୋରରୁ ହିଁ ଏହାର ପ୍ରଭାବ ସମ୍ବଲପୁର ସମେତ ବୌଦ୍ଧ ଓ ଝାରସୁଗୁଡ଼ାରେ ଦେଖିବାକୁ ମିଳିଛି। ସମ୍ବଲପୁରର କ୍ଷେତରାଜପୁର ରେଳ ଷ୍ଟେସନରେ ଆନ୍ଦୋଳନକାରୀମାନେ ପହଞ୍ଚି ବିକ୍ଷୋଭ କରିବା ସହ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଥିଲେ  ।

ସେହିପରି ବୌଦ୍ଧରେ, ଦୋକାନ ବଜାର ଓ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଛି। ଝାରସୁଗୁଡ଼ାରେ ମଧ୍ୟ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଓକିଲ ସଂଘର ଏହି ବନ୍ଦ ଡାକରାକୁ ବିଭିନ୍ନ ରାଜନୈତିକ ଦଳ ଓ ସାଧାରଣ ଜନତା ସମର୍ଥନ କରିଥିବା ଆନ୍ଦୋଳକାରୀ ଦାବି କରିଛନ୍ତି।

ଆଇନଜୀବୀଙ୍କ ଏହି ଆନ୍ଦୋଳନରେ ବିଭିନ୍ନ ରାଜନୈତିକ ଦଳ ସହ କିଛି ସ୍ୱେଚ୍ଛାସେବୀ ଅନୁଷ୍ଠାନ ମଧ୍ୟ ସାମିଲ ହୋଇଛନ୍ତି।  ଯେଉଁ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଇନି, ସେହି ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ କହିଛନ୍ତି। ଓକିଲଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ନେଇ ବାର୍ କାଉନସିଲ ଅଫ୍ ଇଣ୍ଡିଆ କଠୋର ହେବା ପ୍ରସଙ୍ଗରେ ମଧ୍ୟ ଏହି ବନ୍ଦ ଡାକରା ଦିଆଯାଇଛି।

 



from Odisha Reporter https://ift.tt/396jU4m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages