ଗାଧୋଇବାକୁ ଯାଇ ବୁଡ଼ିଗଲେ ମହେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 24, 2020

ଗାଧୋଇବାକୁ ଯାଇ ବୁଡ଼ିଗଲେ ମହେଶ

ବୀରମିତ୍ରପୁର (ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ପୌରାଞ୍ଚଳ ଅନ୍ତର୍ଗତ ତଲସେରା ଗାଁରେ ଗତକାଲି ଏକ ଦୁଃଖଦ ଘଟଣା ଘଟିଯାଇଛି।
ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମହେଶ ମାଝୀ। ତାଙ୍କୁ ମାତ୍ର ୨୦ ବର୍ଷ ହୋଇଥିଲା।

ଗତକାଲି ଅପରାହ୍ନ ପ୍ରାୟ ତିନିଟା ବେଳେ ପତ୍ରାଟୋଲା ଅଞ୍ଚଳରେ ଥିବା ଏକ ପୋଖରୀକୁ ମହେଶ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା ଓ ସେ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଅଞ୍ଚଳର କିଛି ଲୋକ ଉକ୍ତ ସ୍ଥାନକୁ ଗାଧୋଇବାକୁ ଯାଇଥିବା ବେଳେ ମହେଶ ପାଣିରେ ଭାସୁଥିବା ଦେଖିଥିଲେ। ଏନେଇ ସେମାନେ ତାଙ୍କ ପରିବାର ଲୋକଙ୍କ ସହିତ ପୁଲିସ୍‌କୁ ଖବର ଦେଇଥିଲେ।

ବୀରମିତ୍ରପୁର ପୁଲିସ୍‌ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମହେଶଙ୍କୁ ପାଣିରୁ ଉଦ୍ଧାର କରି ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।



from Odisha Reporter https://ift.tt/2QIeSEw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages