ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 19, 2020

ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ

ରାୟପୁର: ଭାରତରେ ପୁଣିଥରେ ଦୁଇ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପିଟିଆଇ ନ୍ୟୁଜ ଏଜେନ୍ସି ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ମଧ୍ୟାହ୍ଣରେ କର୍ଣ୍ଣାଟକା ଓ ଛତିଶଗଡ଼ରେ ଦୁଇ ଜଣଙ୍କ ଶରୀରରେ କରୋନା ଭୂତାଣୁ ଠାବ ହୋଇଛି।

କର୍ଣ୍ଣାଟକାରେ ନୂଆ ରୋଗୀ ଚିହ୍ନଟ ହେବା ପରେ ଏଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚି ଯାଇଛି। ସେହିପରି ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଛତିଶଗଡ଼ରେ କରୋନାରେ ଆକ୍ରାନ୍ତ ହୋଇଥିବା ମହିଳାଙ୍କ ବୟସ ୨୪। ସେ ରବିବାର ଦିନ ଲଣ୍ଡନରୁ ରାୟପୁର ଫେରିଥିଲେ।

ଏହାପରେ ତାଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯିବା ସହ ତାଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠା ଯାଇଥିଲା। ଆଜି ତାଙ୍କ ରିପୋର୍ଟ ଆସିବା ପରେ ସେ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ମହିଳାଙ୍କୁ ସ୍ୱତନ୍ତ୍ର ଆଇସୋଲେସନ ୱାର୍ଡରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି।

ଏହି ଦୁଇ କରୋନା ରୋଗୀଙ୍କୁ ମିଶାଇ ବେସରକାରୀ ଭାବେ ଦେଶରେ ରୋଗୀଙ୍କ ସଂଖ୍ୟା ୧୭୪ରେ ପହଞ୍ଚି ଯାଇଛି। ହେଲେ ସରକାର ଏଯାଏ ୧୬୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା କହିଛନ୍ତି।



from Odisha Reporter https://ift.tt/33AB2O7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages