ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 15, 2020

ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଘର ମଧ୍ୟ ଭୁବନେଶ୍ୱରରେ।

ରକ୍ତ ଓ ସ୍ୱାବ ନମୁନା ପରୀକ୍ଷାରୁ ତାଙ୍କ ଠାରେ କରୋନା ଭୂତାଣୁ ପ୍ରବେଶ କରିଥିବା ଜଣାପଡ଼ିଛି। ଆର୍‌ଏମ୍‌ଆର୍‌ସିରେ ପରୀକ୍ଷା ପରେ ଏହା ଜଣାପଡ଼ିଥିବା ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ଯୁବକ ଜଣଙ୍କ ୬ ତାରିଖରେ ଇଟାଲିରୁ ଦିଲ୍ଲୀ ଫେରିଥିଲେ। ଦିଲ୍ଲୀରେ କିଛି ଦିନ କ୍ୱାରେଣ୍ଟିନରେ ରହିଥିଲେ। ଏହା ପରେ ୧୨ ତାରିଖରେ ଟ୍ରେନ୍ ଯୋଗେ ଭୁବନେଶ୍ୱର ଆସିଥିଲେ। ତେବେ ୧୩ ତାରିଖରୁ ଥଣ୍ଡା ଓ ଜ୍ୱର ନ ଛାଡ଼ିବାରୁ ସେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆସିଥିଲେ। ତାଙ୍କ ଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ନିରୀକ୍ଷଣରେ ରଖାଯାଇଛି। ଏପରିକି ସଂପୃକ୍ତ ଯୁବକ ଆସିଥିବା ଟ୍ରେନ୍‌ର ଯାତ୍ରୀଙ୍କୁ ମଧ୍ୟ ଖୋଜାଯିବ ବୋଲି ଜଣାପଡ଼ିଛି।

ଅନ୍ୟପକ୍ଷରେ କରୋନାକୁ ଦୃଷ୍ଟିରେ ରଖି ଆଜି ଠାରୁ ଭୁବନେଶ୍ୱର ଓ କଟକର ସମସ୍ତ ମଲ୍‌ ଗୁଡ଼ିକୁ ବନ୍ଦ କରି ଦିଆଯାଇଛି। ଏଗୁଡ଼ିକୁ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରିବାକୁ କମିଶନରେଟ୍‌ ପୁଲିସ୍ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ସ୍କୁଲ୍‌, କଲେଜ୍, ସମସ୍ତ କୋଚିଂ ସେଣ୍ଟର, ଜିମ୍, ଫିଲ୍ମ ହଲ୍‌ ଓ ଅନେକ ପର୍ଯ୍ୟଟନ ସ୍ଥଳୀକୁ ବନ୍ଦ କରାଯାଇସାରିଛି। ଏଗୁଡ଼ିକୁ ମଧ୍ୟ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

 



from Odisha Reporter https://ift.tt/3b4ifNT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages