ଓଲଟି ପଡ଼ିଲା ଟ୍ରାକ୍ଟର: ୪ ମୃତ, ୪ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 23, 2020

ଓଲଟି ପଡ଼ିଲା ଟ୍ରାକ୍ଟର: ୪ ମୃତ, ୪ ଗୁରୁତର

ଭବାନୀପାଟଣା (ରାଜ କୁମାର ସିଂହ ଦେଓ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର କାଦୁଅପଦର ଠାରେ ଗତକାଲି ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟରଟି ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ଚାରି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଚାରିଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଶ୍ରମିକମାନେ ହେଲେ ହେଲେ ଗାୟତ୍ରୀ ମାଝୀ, ସାଇବାନୀ ମାଝୀ, ଉର୍ମେ ମାଝୀ ଓ ମାନସ ମାଝୀ। ସମସ୍ତ ମୃତାହତଙ୍କ ଘର ଲାବଣେଶ୍ୱର ଗାଁରେ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତି ଆଠଟା ସମୟରେ ଶ୍ରମିକମାନେ ଟ୍ରାକ୍ଟରରେ ବସି ଶଗଡ଼ାରୁ ନିଜ ଗାଁ ଲାବଣେଶ୍ୱରକୁ ଫେରୁଥିଲେ। ତେବେ କାଦୁଅପଦର ଠାରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଟ୍ରାକ୍ଟର ଚକା ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଶ୍ରମିକମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦୁଇ ଜଣଙ୍କ ଶ୍ରମିକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଅନ୍ୟ ଚାରି ଜଣ ଚିକିତ୍ସାଧୀନ ଅଛନ୍ତି।

ଟ୍ରାକ୍ଟରରେ ଆଠ ଜଣ ଶ୍ରମିକ ଥିଲେ।  ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/3bmVRPW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages