ଆଠ ତାରିଖ ଯାଏ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 1, 2020

ଆଠ ତାରିଖ ଯାଏ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କିଛି ଦିନ ପାଗ ଶୁଖିଲା ରହିବା ପରେ ପୁଣି ବର୍ଷା ହେବ। ଆଠ ତାରିଖ ଯାଏ ଏହି ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱରସ୍ଥିତ ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଡ୍ୟୁଟି ଅଫିସର ଚରଣ ବେହେରା କହିଛନ୍ତି, “ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର,କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ,ଗଜପତି ଓ ରାୟଗଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ।”

ସେ ଆହୁରି କହିଛନ୍ତି, “୪ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ୪ ଓ ୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ବର୍ଷା ହେବ। ଏହା ସହ କିଛି ଜିଲ୍ଲାରେ ଘୂର୍ଣ୍ଣିବାତ୍ୟା ସହ ବଜ୍ରପାତ ହେବ। ଏହି ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି , କନ୍ଧମାଳ ଓ ଯାଜପୁର।”



from Odisha Reporter https://ift.tt/2I6LDXj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages