କରୋନା ପାଇଁ ୩୧ ଯାଏଁ ସ୍କୁଲ, ସିନେମା ହଲ୍ ବନ୍ଦ: ଘୋଷଣା କଲେ ରାଜ୍ୟ ସରକାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 13, 2020

କରୋନା ପାଇଁ ୩୧ ଯାଏଁ ସ୍କୁଲ, ସିନେମା ହଲ୍ ବନ୍ଦ: ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ବିଶ୍ୱବ୍ୟାପି ମହାମାରୀ ରୂପ ଧାରଣ କରିଥିବା କରୋନା ପାଇଁ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି। ଆସନ୍ତା ମାର୍ଚ୍ଚ ୩୧ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ସେହିପରି ସିନେମା ହଲ୍ ଓ ସୁଇମିଂ ପୁଲ୍ ବନ୍ଦ କରିବାକୁ ଘୋଷଣା କରାଯାଇଛି। ଆଜି  ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା ଜଣାପଡିଛି। ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ବି ଯଦି ପରୀକ୍ଷା ଚାଲିଥିବ ଏହା ଚାଲୁ ରହିବ ବୋଲି କୁହାଯାଇଛି।

ସେହିପରି ସେମିନାର, ୱାର୍କସପ୍, ସମ୍ମିଳନୀ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। କରୋନା ଲାଗି ୨୦୦ କୋଟି ଟଙ୍କାର ସତନ୍ତ୍ର ପ୍ୟାକେଜ୍ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। କରୋନାକୁ ଆଖି ଆଗରେ ରଖି ରାଜ୍ୟରେ ଯଥେଷ୍ଟ ମାତ୍ରାରେ ମାସ୍କ, ପେପର ସପ୍‌, ପରିମଳ ସାମଗ୍ରୀ ମହଜୁଦ ରଖିବାକୁ ବି ଏଥିରେ ନିଷ୍ପତ୍ତି ହୋଇଛି।



from Odisha Reporter https://ift.tt/2TPMu5r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages