ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ପୋଇ ଗାଁ ନିକଟରେ ଗତକାଲି ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଦୁଇଟି ମଟର ସାଇକେଲକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ବଣାଇ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ ଦିପକ ସିଂ। ତାଙ୍କ ଘର କୁଟୁଗାଁରେ ବୋଲି ଜଣାପଡିଛି।
ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
from Odisha Reporter https://ift.tt/2Q7LkQq
No comments:
Post a Comment