ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ କଳାକୃତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 4, 2020

ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ କଳାକୃତି

ପୁରୀ(ମଧୁସୂଦନ ମିଶ୍ର): ଆଜି ପଞ୍ଚାୟତିରାଜ ଦିବସ ତଥା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଉପଲକ୍ଷେ ପୁରୀ ବେଳାଭୂମିରେ ସୁଦର୍ଶନ ସ୍ୟାଣ୍ଡ ଆର୍ଟ ଇନଷ୍ଟିଚ୍ୟୁଟ ପକ୍ଷରୁ କରାଯାଇଥିବା ବିଜୁ ବାବୁଙ୍କ ବାଲୁକା କଳାକୃତି ବେଶ୍ ଆକର୍ଷଣୀୟ ହୋଇଛି।

ଏଥିସହ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ‘କରୋନା’ ଭାଇରସ ସଂକ୍ରମଣ ପ୍ରତି ସଚେତନତା ସୃଷ୍ଟି ପାଇଁ ବାଲୁକା କଳାକୃତି ମାଧ୍ୟମରେ ବେଳାଭୂମିରୁ ବାର୍ତ୍ତା ଦେଇଛନ୍ତି। ସମସ୍ତେ ମାସ୍କ ବ୍ୟବହାର ସହ ସବୁବେଳେ ହାତ ଧୋଇବା ପାଇଁ ସଚେତନତା ସୃଷ୍ଟି କରିବା ଲାଗି ଏହି କଳାକୃତି ସନ୍ଦେଶ ଦେଇଛି।

ଏନେଇ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କହିଛନ୍ତି,“  ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ତିଥିରେ ମୁଁ ପ୍ରତିବର୍ଷ ବାଲୁକା କଳାରେ ତାଙ୍କ ପ୍ରତିମୂର୍ତ୍ତି ପ୍ରସ୍ତୁତ କରେ।  ଚଳିତ ଥର ମଧ୍ୟ ଏହା କରିଥିବା ବେଳେ ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ  ପ୍ରଦାନ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରୁଛି। ”

 



from Odisha Reporter https://ift.tt/2VRLhvP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages