୩ ଦିନ ଯାଏ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 5, 2020

୩ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ୬ ଓ ୭ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ୮ ତାରିଖରେ କେବଳ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଉଛି-କୋରାପୁଟ, ଗଞ୍ଜାମ, ଗଜପତି ଓ କନ୍ଧମାଳ। ଏନେଇ ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା କହିଛନ୍ତି।

ସେ କହିଛନ୍ତି,“ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଭଦ୍ରକ, କଟକ, ଢେଙ୍କାନାଳ,ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର। ଏହାସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଆସନ୍ତାକାଲି କୋଷ୍ଟାଲ ଓଡ଼ିଶାର ବହୁ ଅଞ୍ଚଳ ସମେତ ସାଉଥ୍ ଇଣ୍ଟରିୟର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାବ୍ୟତୀତ ୭ ତାରିଖରେ କୋଷ୍ଟାଲ ଓଡ଼ିଶା ସହିତ କେନ୍ଦୁଝର,ମୟୂରଭଞ୍ଜ, ଢେଙ୍କନାଳ ଓ ଅନୁଗୋଳରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ।”



from Odisha Reporter https://ift.tt/3axIQ5o

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages