୭ ପରେ ବଢ଼ିବ ତାତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 3, 2020

୭ ପରେ ବଢ଼ିବ ତାତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବର୍ଷା ପରେ ତାପମାତ୍ରା ବଢ଼ିବ। ଗତ ବର୍ଷଠାରୁ ଏଥର ଅଧିକ ଗରମ ଅନୂଭୂତ ହେବ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଜୀବନ ବାସ୍କେ କହିଛନ୍ତି,“ ରାଜ୍ୟରେ ୭ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୨ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହ ଘଡ଼ଘଡ଼ି ମାରିବ। ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଅନୁଗୋଳ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି।”

ସେ ଆହୁରି କହିଛନ୍ତି,“ ୭ ତାରିଖ ପରେ ତାପମାତ୍ରା ବଢ଼ିବ। ସ୍ୱାଭାବିକ ଠାରୁ ଅଧିକ ଗରମ ଅନୁଭୂତ ହେବ।”



from Odisha Reporter https://ift.tt/3aqRrXy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages