ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଚାଉଳିଆ ଗାଁରେ ଗତକାଲି ରାତିରେ ଜଣେ କନଷ୍ଟେବଲଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ରାମଚନ୍ଦ୍ର ସାହୁ। ସେ ଆଇଆରବିରେ କନଷ୍ଟେବଲ୍ ଭାବେ କାର୍ଯ୍ୟ କରୁଥିଲେ।
ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ମେଲଣ କାର୍ଯ୍ୟକ୍ରମକୁ ନେଇ ଗାଁର ସଭାପତି ଶ୍ରୀକାନ୍ତ ସାହୁଙ୍କ ଭାଇଙ୍କ ସହ କନଷ୍ଟେବଲଙ୍କ ବଚସା ହୋଇଥିଲା। ଏଥିରେ ଗାଁ ସଭାପତି ଉତକ୍ଷିପ୍ତ ହୋଇ ରାମଚନ୍ଦ୍ରଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳିଟି ରାମଚନ୍ଦ୍ରଙ୍କ ବାମ ପଟ ଛାତିରେ ବାଜିଥିଲା। ତାଙ୍କୁ ପ୍ରଥମେ ଢେଙ୍କାନାଳ ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ କଟକର ଏକ ଘରୋଇ ନର୍ସିଂ ହୋମକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।
ଏନେଇ ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ଗାଁରେ ପୁଲିସ୍ ମୁତୟନ କରାଯାଇଛି। ଘଟଣା ପରେ ଅଭିଯୁକ୍ତ ଶ୍ରୀକାନ୍ତ ଫେରାର ହୋଇଯାଇଛି।
from Odisha Reporter https://ift.tt/3aVv5xO
No comments:
Post a Comment