ଘରକୁ ଫେରୁଥିବା ବେଳେ… - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 21, 2020

ଘରକୁ ଫେରୁଥିବା ବେଳେ…

ବିନିକା(ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଚଞ୍ଚାଣି ଗାଁରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଶାନ୍ତ ଯୁଆଡ଼ି।

ଗତକାଲି ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଥିଲା। ସୁଶାନ୍ତ ଜଣେ ଶ୍ରମିକ ଭାବେ କାମ କରୁଥିଲେ। ସେ ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ପିଟି ଦେଇ ଚାଲି ଯାଇଥିବା କୁହାଯାଉଛି। ଉକ୍ତ ଅଜଣା ଗାଡ଼ିଟି ଏକ ଟ୍ରାକ୍ଟର ବୋଲି ବି କୁହାଯାଉଛି।

ସୁଶାନ୍ତଙ୍କୁ  ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।



from Odisha Reporter https://ift.tt/2xRRHAS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages