ପୁରୀ (ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଏହା ଏକ ଗୁପ୍ତ ସେବା ଓ ପ୍ରାୟ ୪ ଘଣ୍ଟାର ନୀତି ହୋଇଥିବା କାରଣରୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।
ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଖାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
from Odisha Reporter https://ift.tt/39GU5s9
No comments:
Post a Comment