କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 15, 2020

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ ଛୁଇଁଲା

ନୂଆଦିଲ୍ଲୀ: ଚାଇନାରେ ସୃଷ୍ଟି ହୋଇଥିବା ମହାମାରୀ କରୋନା ଭାଇରସ ଭାରତରେ ତା’ର କାୟା ବିସ୍ତାର କରିବାରେ ଲାଗିଛି। ରବିବାର ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଥିବା ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସରକାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ କହିଥିଲେ ହେଁ ବେସରକାରୀ ଭାବେ ଏହା ୧୧୩ରେ ପହଞ୍ଚିଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ଜଣେ ବ୍ୟକ୍ତି ରହିଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଗତକାଲି ଉତ୍ତରାଖଣ୍ଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ର ଓ ଉତ୍ତର ପ୍ରଦେଶରେ ଜଣେ ଲେଖାଏ ବ୍ୟକ୍ତିଙ୍କ ଶରୀରରେ କରୋନା ଭୂତାଣୁ ଠାବ ହୋଇଛି। ଫଳରେ ଏଯାଏ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି।

ଏହି ୧୧୦ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଦିଲ୍ଲୀ ଓ କର୍ଣ୍ଣାଟକାରେ ଦୁଇ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେହିପରି ୧୧୦ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୧୭ ଜଣ ବିଦେଶୀ ନାଗରିକ ଓ ୯୩ ଜଣ ଭାରତୀୟ ରହିଛନ୍ତି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା କରୋନାରେ ଆକ୍ରାନ୍ତ ହୋଇଥିବା ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦିଲ୍ଲୀରେ ୨ ଜଣ, କେରଳରେ ୩ ଜଣ, ରାଜସ୍ଥାନରେ ୩ ଜଣ, ତେଲେଙ୍ଗାନାରେ ଜଣେ, ଉତ୍ତର ପ୍ରଦେଶର ୪ ଜଣ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିଲେ ହେଁ ଏବେ ସେମାନେ ଭାଇରସ ମୁକ୍ତ ହୋଇଥିବା ପରୀକ୍ଷାରୁ ସ୍ପଷ୍ଟ ହୋଇଛି।

ବର୍ତ୍ତମାନ ଦିଲ୍ଲୀରେ ୭ ଜଣ, ଆନ୍ଧ୍ର ପ୍ରଦେଶରେ ଜଣେ, କର୍ଣ୍ଣାଟକାରେ ୬, କେରଳରେ ୨୨, ମହାରାଷ୍ଟ୍ରରେ ୩୨, ପଞ୍ଜାବରେ ୧, ରାଜସ୍ଥାନରେ ୨, ତାମିଲନାଡ଼ୁରେ ୧, ତେଲେଙ୍ଗାନାରେ ୩, ଜମ୍ମୁ-କଶ୍ମୀରରେ ୨, ଲଦାଖରେ ୩, ଉତ୍ତର ପ୍ରଦେଶରେ ୧୨ ଓ ଉତ୍ତରାଖଣ୍ଡରେ ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି।

୧୭ ବିଦେଶୀ ନାଗରିକଙ୍କ ମଧ୍ୟରୁ ୧୬ ଜଣ ଇଟାଲୀର ଓ ଜଣେ କ୍ୟାନାଡାର ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।



from Odisha Reporter https://ift.tt/38S8GQx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages