ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବନ୍ଦ ରଖାଯାଇଛି। ଏହାସହ ଷ୍ଟେଟ୍ ବଟାନିକାଲ ଗାର୍ଡେନ୍ ମଧ୍ୟ ବନ୍ଦ ରହିଛି। ଏ ନେଇ ନନ୍ଦନକାନନର ଉପ-ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଥିଲେ। କରୋନା ପାଇଁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ମାର୍ଚ୍ଚ ୩୧ ଯାଏ ବନ୍ଦ ରହିବ ବୋଲି କହିଥିଲେ। ଏହାସହ ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରହିବ ବୋଲି କହିଥିଲେ।
from Odisha Reporter https://ift.tt/3cX0lhJ
No comments:
Post a Comment