ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ଆସନ୍ତାକାଲି ହୋଲିରେ ରାଜ୍ୟରେ ବର୍ଷା ସହ ପବନ ହେବ। ଗତକାଲି ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି।
ଡ୍ୟୁଟି ଅଫିସର ମଦନମୋହନ ଦାସ କହିଛନ୍ତି,“ ଆସନ୍ତା କାଲି ୧୪ଟି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ। ଏହାସହ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବ। ସେହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ।”
ଡ୍ୟୁଟି ଅଫିସର ଆହୁରି କହିଛନ୍ତି ଯେ, “ଆସନ୍ତାକାଲି କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ଏଲୋ ୱାଣ୍ଣିଂ ଦିଆଯାଇଛି। ରାଜ୍ୟରେ ୩ ପର୍ଯ୍ୟନ୍ତ ଏହି ବର୍ଷା ଲାଗି ରହିବ।”
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଗୋପାଳପୁର, ପୁରୀ ଓ ଚାନ୍ଦବାଲିରେ ବର୍ଷା ରେକର୍ଡ ହୋଇଛି। ବାଲେଶ୍ୱରରେ ୮. ୬ ମିମିମିଟର, ଚାନ୍ଦବାଲିରେ ୬. ୪, କୋରାପୁଟରେ ୯.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି।
from Odisha Reporter https://ift.tt/2wFzwxM
No comments:
Post a Comment