ଶୌଚ ପାଇଁ ଯାଇଥିଲେ; ବାରହା ହାବୁଡ଼ରେ ପଡ଼ିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 19, 2020

ଶୌଚ ପାଇଁ ଯାଇଥିଲେ; ବାରହା ହାବୁଡ଼ରେ ପଡ଼ିଗଲେ

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗାଁରେ ବାରହା ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସାବିତ୍ରୀ ମଳିକ।

ଆଜି ଭୋର ୫ଟାରେ ସାବିତ୍ରୀ ଶୌଚ ପାଇଁ ଗାଁ ପାଖ ବ୍ରାହ୍ମଣୀ ନଦୀ ପଠାକୁ ଯାଇଥିଲେ। ଏହି ସମୟରେ ଏକ ବାରହା ତାଙ୍କୁ ଆକ୍ରମଣ କରିଥିଲା। ତେବେ ସାବିତ୍ରୀଙ୍କ ଚିତ୍କାର ଶୁଣି ଗାଁ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସାବିତ୍ରୀଙ୍କ ବାମ ଜଙ୍ଘରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଛି। ତାଙ୍କ ଶରୀରରୁ ଅଧିକ ରକ୍ତସ୍ରାବ ହେବାରୁ ତାଙ୍କୁ ଢେଙ୍କାନା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।



from Odisha Reporter https://ift.tt/3bbCc59

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages