ଆଉ ୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 15, 2020

ଆଉ ୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ରହିଛି। ଆଜି ୧୨ଟା ସୁଦ୍ଧା ୧୦୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା କହିଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ। ଏହି ମହାମାରୀରେ ଏଯାଏ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ କରୋନାରେ ମୃତ୍ୟୁ ବରଣ କରିଥିବା ସନ୍ଦେହ କରାଯାଉଛି।

ଶନିବାର ସୁଦ୍ଧା ସାରା ବିଶ୍ୱରେ କରୋନାରେ ୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୧୫୦,୦୦୦ରୁ ଅଧିକ ରହିଛି। ମୋଟ୍ ୧୩୭ଟି ଦେଶରେ ଶନିବାର ସୁଦ୍ଧା ୫,୭୬୪ ଜଣଙ୍କର ଏହି ମହାମାରୀରେ ମୃତ୍ୟୁ ଘଟିଥିବା ସୂଚନା ରହିଛି।

ଚୀନ ପରେ ଇଟାଲୀରେ କରୋନାରେ ଅଧିକ ଆକ୍ରାନ୍ତ ରହିଥିବା କୁହାଯାଉଛି। ଶନିବାର ଦିନ କେବଳ ୩,୪୯୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।



from Odisha Reporter https://ift.tt/2TPjTNu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages