ଉତ୍କଳ ଦିବସରେ ଓଡ଼ିଆରେ ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 31, 2020

ଉତ୍କଳ ଦିବସରେ ଓଡ଼ିଆରେ ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିକ ପ୍ରଥମ ରାଜ୍ୟ ଭାବରେ ଓଡ଼ିଶା ରାଜ୍ୟର ମାନ୍ୟତା ପାଇଥିଲା। ବିହାର ପ୍ରଦେଶରୁ ଅଲଗା ହୋଇ ଓଡ଼ିଶା ଆଜିର ତାରିଖରେ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ପ୍ରଥମେ ଏହି ରାଜ୍ୟର ନାମ ଉତ୍କଳ, ଉଡ୍ର ବା କଳିଙ୍ଗ ଥିଲା ପରେ ଓଡ଼ିଶା ଭାବେ ପରିଚୟ ପାଇଛି। ରାଜ୍ୟର ଜନସଂଖ୍ୟା ସାଢ଼େ ଚାରି କୋଟିରୁ ଅଧିକ ରହିଛି। ପବିତ୍ର ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶର ଅନେକ ବ୍ୟକ୍ତି ବିଶେଷ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଲେଖିଛନ୍ତି, ‘ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା’।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, ‘ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା’।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, ‘ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ’।

ରାଜ୍ୟପାଳ ଗଣେଶୀ ଲାଲ ସରକାରୀ କାର୍ଯ୍ୟାଳୟ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ କରିଛନ୍ତି ରାଜ୍ୟପାଳ।



from Odisha Reporter https://ift.tt/2Uxkrb1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages