ଓଡ଼ିଶାରେ ଜଣେ କରୋନା ରୋଗୀ ଚିହ୍ନଟ ନେଇ ସ୍ପଷ୍ଟ କଲେ ସରକାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 15, 2020

ଓଡ଼ିଶାରେ ଜଣେ କରୋନା ରୋଗୀ ଚିହ୍ନଟ ନେଇ ସ୍ପଷ୍ଟ କଲେ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖ୍ୟପାତ୍ର (ଆଇଇସି) ସୁବ୍ରତ ବାଗ୍‌ଚୀ ସ୍ପଷ୍ଟ କରିଛନ୍ତି।

ସେ କହିଛନ୍ତି, “ଜଣେ ୩୩  ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଯୁବକ ଇଟାଲିରେ ଗବେଷଣା କରୁଥିଲେ। ୬ ତାରିଖରେ ଦିଲ୍ଲୀ ଫେରି ଥିଲେ ଓ ୧୨ରେ  ଭୁବନେଶ୍ୱର ଆସିଥିଲେ। ୧୩ ତାରିଖରେ ଜଣେ ଘରୋଇ ଡାକ୍ତରଙ୍କୁ ଦେଖାଇଥିଲେ। ଆଉ ୧୪ରେ ଆଡମିଟ୍ ହୋଇଥିଲେ। ୧୫ରେ ତାଙ୍କ ରିପୋର୍ଟ ପଜିଟିଭି ଆସିଛି। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଯେଉଁମାନଙ୍କ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କ ଖୋଜା ହେଉଛି।”

ଏହା ସହିତ ସେ ଗଣମାଧ୍ୟମକୁ ଦାୟିତ୍ୱବାନ ହେବାକୁ ପରାମର୍ଶ ଦେଇଛନ୍ତି। ଶ୍ରୀ ବାଗ୍‌ଚୀ କହିଛନ୍ତି, କରୋନା ସଂପର୍କିତ ଖବର ପ୍ରସାରଣ ବେଳେ ଗଣମାଧ୍ୟମ ଆକ୍ରାନ୍ତ, ସନ୍ଦିଗ୍ଧଙ୍କ ନାମ ଓ ପରିଚୟ ଗୋପନ ରଖୁ। ବ୍ରେକିଂ ନ୍ୟୁଜ୍ ପଛରେ ଗୋଡ଼ାଇଲେ ସମାଜ ବ୍ରେକ୍ ହେବାର ଆଶଙ୍କା ରହିଛି। ଚିକିତ୍ସା ବେଳେ ଭିଡିଓ କ୍ୟାମେରା ନେଲେ ଚିକିତ୍ସା ପ୍ରଭାବିତ ହେବ। ମିଡିଆ ସରକାରଙ୍କ ପାଇଁ ସବୁଠୁ ଶକ୍ତିଶାଳୀ ଯୋଗାଯୋଗ ମାଧ୍ୟମ। ଗଣମାଧ୍ୟମ ପ୍ରତିନିଧିମାନେ ନିଜକୁ ବିପଦସଙ୍କୁଳ ପରିସ୍ଥିତିକୁ ନେଇ ଖବର ପରିବେଷଣ କରନ୍ତୁନି। ଗଣମାଧ୍ୟମ ଦାୟିତ୍ୱ ସଂପନ୍ନ ଭାବେ ଖବର ପରିବେଷଣ କରୁ। ଏସବୁକୁ ନମାନିଲେ ଆଇନ ଅନୁସାରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ମଧ୍ୟ ସେ କହିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯୁବକ  ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ରକ୍ତ ଓ ସ୍ୱାବ ନମୁନା ପରୀକ୍ଷାରୁ ତାଙ୍କ ଠାରେ କରୋନା ଭୂତାଣୁ ପ୍ରବେଶ କରିଥିବା ଜଣାପଡ଼ିଛି। ଆର୍‌ଏମ୍‌ଆର୍‌ସିରେ ପରୀକ୍ଷା ପରେ ଏହା ଜଣାପଡ଼ିଥିବା ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

 



from Odisha Reporter https://ift.tt/2Wh1jj1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages