କାଲି ରାଜ୍ୟ ତମାମ ଘରୋଇ ବସ୍ ଚଳାଚଳ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 21, 2020

କାଲି ରାଜ୍ୟ ତମାମ ଘରୋଇ ବସ୍ ଚଳାଚଳ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ରାଜ୍ୟ ତମାମ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ। ଜନତା କର୍ଫ୍ୟୁ ଆହ୍ୱାନ ଯୋଗୁଁ ବସ୍ ଚଳାଚଳ ବନ୍ଦ ରହିବ। ଘରୋଇ ବସ୍ ମାଲିକ ସଂଘ ମୁଖପାତ୍ର ଦେବାଶିଷ ନାୟକ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରାୟ ୧୩ରୁ ୧୪ ହଜାର ଘରୋଇ ବସ୍ ଚଳାଚଳ କରୁଛି।

କରୋନା ମୁକାବିଲା କରିବାକୁ ଯାଇ ରବିବାର ଜନତା କର୍ଫ୍ୟୁ ଲଗାଯାଇଛି। ରବିବାର ସକାଳ ୭ଟାରୁ ରାତି ୯ଟା ଯାଏ ଜନତା କର୍ଫ୍ୟୁ ଏହି ଲାଗୁ ହେବ। ଦେଶବାସୀଙ୍କୁ ସମ୍ବୋଧନ କରି ଏହି କର୍ଫ୍ୟୁ ବାବଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଥିଲେ। ଏହି ସମୟରେ ଲୋକମାନଙ୍କୁ ଘରେ ରହିବା ପାଇଁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି କର୍ଫ୍ୟୁ ପାଳନ କରିବା ପାଇଁ ସମସ୍ତ ରାଜ୍ୟ ସରକାରଙ୍କୁ ମଧ୍ୟ ଆହ୍ୱାନ କରିଛନ୍ତି ମୋଦି।

ଏହାଛଡ଼ା କଟକରେ ଅଟୋ ଚଳାଚଳ ମଧ୍ୟ ବନ୍ଦ ରହିବ। ସହରରେ କେବଳ ୫୦ଟି ଅଟୋକୁ ଛାଡ଼ି ଦେଲେ ସମସ୍ତ ଅଟୋ ଚଳାଚଳ ବନ୍ଦ ରହିବ ବୋଲି ଅଟୋ ରିକ୍ସା ସଂଘ ପକ୍ଷରୁ କୁହାଯାଇଛି।

ବସ୍‌ ଚଳାଚଳ ବନ୍ଦ ଯୋଗୁ ଦୂରଦୂରାନ୍ତକୁ ଯାଉଥିବା ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେବେ। ଏଥିଯୋଗୁ  ବହୁ କ୍ଷତି ହେବାକୁ ଥିବା ବେଳେ କିନ୍ତୁ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଥିବା ବସ୍‌ ମାଲିକ ସଂଘ ପକ୍ଷରୁ କୁହାଯାଇଛି।



from Odisha Reporter https://ift.tt/3biCUhk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages