ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ଚିକିତ୍ସା ଅବହେଳାରୁ ନବଜାତ ଶିଶୁ ମୃତ୍ୟୁକୁ ନେଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗତକାଲି ଉତ୍ତେଜନା ଦେଖାଯାଇଥିଲା। ଉତ୍ତ୍ୟକ୍ତ ଲୋକେ ଖୋର୍ଦ୍ଧା-ବଲାଙ୍ଗୀର 57 ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ତେବେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
ଗତ ସୋମବାର ନୂଆଗାଁ ଥାନା ମହୀପୁର ପଞ୍ଚାୟତ ମାଳିସର ଗାଁର ଚନ୍ଦ୍ରମଣି ପ୍ରଧାନଙ୍କ ପତ୍ନୀ ରିତା ପ୍ରଧାନ ଏକ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ହେଲେ ଗତକାଲି ଶିଶୁଟିର ମୃତ୍ୟୁ ହୋଇଥିଲା। ଠିକ୍ ଭାବେ ଚିକିତ୍ସା ହୋଇ ନ ଥିବାରୁ ଶିଶୁଟିର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଥିଲେ। ଏହାପରେ ପରିବାର ଲୋକଙ୍କ ସମେତ ଗ୍ରାମବାସୀ ଜାତୀୟ ରାଜପଥ ଅବରୋଧ କରିଥିଲେ। ଘଟଣାସ୍ଥଳରେ ଟାଉନ ଥାନା ପୁଲିସ୍ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
from Odisha Reporter https://ift.tt/3cK8hCK
No comments:
Post a Comment