ବୋଲେରୋକୁ ଧକ୍କା ଦେଲା ମାଲ୍ ବୋଝେଇ ଟ୍ରକ, ୧୧ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 13, 2020

ବୋଲେରୋକୁ ଧକ୍କା ଦେଲା ମାଲ୍ ବୋଝେଇ ଟ୍ରକ, ୧୧ ମୃତ

ଜୟପୁର: ଏକ ମାଲ୍ ବୋଝେଇ ଟ୍ରକ ବୋଲେରୋ କାମ୍ପେରକୁ ଧକ୍କା ଦେବା ଫଳରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ରାଜସ୍ଥାନ ଯୋଧପୁର ସ୍ଥିତ ଶେରଗଡ଼ ଦେଇ ଯାଇଥିବା ବାଲୋତ୍ରା-ଫାଲୋଦି ଜାତୀୟ ରାଜପଥରେ ଶନିବାର ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୬ ଜଣ ମହିଳା ରହିଥିବା ବେଳେ ୪ ଜଣ ପୁରୁଷ ଏବଂ ଜଣେ ଛୋଟ ଛୁଆ ରହିଛି। ଅନ୍ୟ ୩ ଜଣ ଆହତ ହୋଇ ଯୋଝପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ମୃତକଙ୍କ ମଧ୍ୟରେ ଜଣେ ନବ ଦମ୍ପତ୍ତି ମଧ୍ୟ ଥିଲେ। ଫେବୃଆରୀ ୨୭ରେ ସେମାନଙ୍କର ବାହାଘର ହୋଇଥିଲା। ଏହି ଅବସରରେ ପରିବାର ସହ ବୁଲିବା ପାଇଁ ରାମଦେଓରା ମନ୍ଦିର ଯାଉଥିଲେ।
ଦୁର୍ଘଟଣା ପରେ ଶେରଗଡ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏକ କ୍ରେନ୍ ସାହାଯ୍ୟରେ ମୃତକଙ୍କୁ ଉଦ୍ଧାର କରିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଧ୍ୟ ଏହାକୁ ନେଇ ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।



from Odisha Reporter https://ift.tt/33j4tnN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages