ଚିହ୍ନଟ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 30, 2020

ଚିହ୍ନଟ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭ  ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା  ନୂଆ ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ବାଲେଶ୍ୱର ଜିଲ୍ଲାରେ  ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି।

ରାଜ୍ୟରେ ଏଯାବତ୍ ୩୪ ହଜାର ୧୩୩ RT PCR ଟେଷ୍ଟ ହୋଇସାରିଛି। ସେଥିମଧ୍ୟରୁ ଆକ୍ଟିଭ୍ କେସ୍ ୧୦୧ ଥିବା ବେଳେ ସୁସ୍ଥ ହେଲେଣି ୪୧। ଏହାବ୍ୟତୀତ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ଗୋଟିଏ ଦିନରେ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।  ସେମାନେ ସମସ୍ତେ ଯାଜପୁର କଟିକଟା ଅଞ୍ଚଳର  ହୋଇଥିବା ବେଳେ ସମସ୍ତଙ୍କର କୋଲକତା ଲିଙ୍କ୍‌ ଥିବା ଜଣାପଡ଼ିଛି।



from Odisha Reporter https://ift.tt/2KNBBeT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages