ଦେଶରେ କରୋନା ମୃତକଙ୍କ ସଂଖ୍ୟା ହଜାରେ ଟପିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 28, 2020

ଦେଶରେ କରୋନା ମୃତକଙ୍କ ସଂଖ୍ୟା ହଜାରେ ଟପିଲା

ନୂଆଦିଲ୍ଲୀ: ବୁଧବାର ସକାଳ ୮ଟା ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୩୩୨ ଛୁଇଁଛି। ଏଥିମଧ୍ୟରୁ ୨୨,୬୨୯ ଜଣ କରୋନାରେ ଆକ୍ରାନ୍ତ ଥିବା ବେଳେ ୭୬୯୫ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ୧୦୦୭ ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮୯୭ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୨୪ ଘଣ୍ଟା ମଧ୍ୟରେ ୮୨୭ ଜଣ ଆକ୍ରାନ୍ତ ଆରୋଗ୍ୟ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସକାଳ ୮ ଟାରେ ରିପୋର୍ଟ ଦେଇଛି।

ସପ୍ତାହକ ମଧ୍ୟରେ ଦେଶର ୮୦ଟି ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି। ସେହିପରି ୧୪ ଦିନରେ ୪୭ଟି ଜିଲ୍ଲାରୁ କୌଣସି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ କହିଛନ୍ତି।



from Odisha Reporter https://ift.tt/2YgAwV2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages