ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ସାତଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ଭଦ୍ରକରେ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରକାଶ ପାଇଛି।
ତେବେ ଭଦ୍ରକ ଜିଲ୍ଲାର ବାସୁଦେବପୁରରେ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣ ଭଣ୍ଡାରିପୋଖରୀ ବୋଲି ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ବାସୁଦେବପୁର ତିନିଟି ପଞ୍ଚାୟତଓ ଭଣ୍ଡାରିପୋଖରୀର ଦୁଇଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଟ୍ୱିଟ୍ ଯୋଗେ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତେବେ ବାଲେଶ୍ୱର କରୋନା ଆକ୍ରାନ୍ତ କେଉଁ ଅଞ୍ଚଳର ଜଣାପଡ଼ି ନାହିଁ।
ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତାଙ୍କର କଣ୍ଟ୍ରାକ୍ଟ ଟ୍ରେସିଂ ଚାଲିଛି। ସେ କେମିତି ଆକ୍ରାନ୍ତ ହେଲେ କାହା ସମ୍ପର୍କରେ ଆସି ଆକ୍ରାନ୍ତ ହେଲେ କିମ୍ବା ସେ ବିଦେଶ ଫେରନ୍ତାକି ନାହିଁ ସେ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିରୀକ୍ଷଣ ଚାଲିଛି। ରାଜ୍ୟରେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚି ଯାଇଛି।
ପୂର୍ବରୁ ଭଦ୍ରକ ଜିଲ୍ଲା ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କୁ ମଧ୍ୟରୁ ଦୁଇ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ଚିକିତ୍ସାଧୀନ ଅଛନ୍ତି। ସେହିପରି ବାଲେଶ୍ୱର ଜିଲ୍ଲାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ କୋଭିଡ୍-୧୯ ହସ୍ପିଟାଲରେ ଚିକତ୍ସାଧୀନ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଆଜି ସୁଦ୍ଧା ଚିହ୍ନଟ ହୋଇଥିବା ୬୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ରାଜ୍ୟର ବିଭିନ୍ନ କୋଭିଡ୍-୧୯ ହସ୍ପିଟାଲରେ ୪୩ ଜଣ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ଏଯାଏ ରାଜ୍ୟରେ ୧୦,୬୪୧ ନମୂନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୧୦,୫୭୩ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି।
from Odisha Reporter https://ift.tt/3bmml4d
No comments:
Post a Comment