୬ ମାସର ଶିଶୁକୁ କରୋନା, କ୍ୱାରେଣ୍ଟାଇନରେ ୫୪ ସ୍ୱାସ୍ଥ୍ୟକର୍ମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 22, 2020

୬ ମାସର ଶିଶୁକୁ କରୋନା, କ୍ୱାରେଣ୍ଟାଇନରେ ୫୪ ସ୍ୱାସ୍ଥ୍ୟକର୍ମୀ

ଚଣ୍ଡିଗଡ଼: ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଜଣେ ୬ ମାସର ଶିଶୁକନ୍ୟା। ଫଳରେ ଚଣ୍ଡିଗଡ଼ର ପୋଷ୍ଟ ଗ୍ରାଜ୍ୟୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଡୁକେସନ ଆଣ୍ଡ ରିସର୍ଚ୍ଚର ୫୪ ଜଣ ସ୍ୱାସ୍ଥ୍ୟକର୍ମୀଙ୍କ ପ୍ରତି ସଂକ୍ରମଣ ଆଶଙ୍କା ବଢ଼ିଛି। ଏହି କାରଣରୁ ସେମାନଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ୫୪ ଜଣ ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରେ ୧୮ ଜଣ ଡାକ୍ତର ଓ ୩୬ ଜଣ ପାରାମେଡିକାଲ ଷ୍ଟାଫ ରହିଛନ୍ତି।

ଏପ୍ରିଲ ୯ରେ ପଞ୍ଜାବର ଫାଗୱାରାର ଏହି ୬ ମାସର ଶିଶୁକନ୍ୟାକୁ ଚିକିତ୍ସା ପାଇଁ ଆଡଭାନ୍ସଡ ପେଡିଆଟ୍ରିକ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଓପନ ହାର୍ଟ ସର୍ଜରୀ ହେବାର ଥିଲା। କିନ୍ତୁ ଡାକ୍ତରମାନେ ସେ ଅନ୍ୟ ରୋଗରେ ପୀଡ଼ିତ ଥିବା ଜାଣିବାକୁ ପାଇଥିଲେ।

ଏଠାକୁ ଆସିବା ପୂର୍ବରୁ ଶିଶୁକନ୍ୟାଟି ଦୀର୍ଘ ୩୬ ଦିନ କାଳ ଲୁଧିଆନାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚଣ୍ଡିଗଡ଼ର ପୋଷ୍ଟ ଗ୍ରାଜ୍ୟୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଡୁକେସନ ଆଣ୍ଡ ରିସର୍ଚ୍ଚରେ ଚିକିତ୍ସା ବେଳେ ସେ ଧୀରେଧୀରେ ସୁସ୍ଥ ହେଉଥିଲେ। କିନ୍ତୁ ପରେ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା।

ଏପ୍ରିଲ ୨୧ରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ତାଙ୍କୁ ସ୍ୱତନ୍ତ୍ର ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଏବେ ସେ ଭେଣ୍ଟିଲେଟରରେ ରହିଛନ୍ତି। ଶିଶୁଟିର ସଂସ୍ପର୍ଶରେ ଆସିଥିବା ସ୍ୱାସ୍ଥ୍ୟକର୍ମୀ ମଧ୍ୟ କରୋନାରେ ଆକ୍ରାନ୍ତ ହେବାର ଆଶଙ୍କା ଥିବାରୁ ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ୱରୂପ ସମସ୍ତଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି।



from Odisha Reporter https://ift.tt/3auwyKR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages