ଭୁବନେଶ୍ୱରରେ ପହଞ୍ଚିଲା ଚାରି ହଜାର କୋଭିଡ୍-୧୯ ଟେଷ୍ଟିଂ କିଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 9, 2020

ଭୁବନେଶ୍ୱରରେ ପହଞ୍ଚିଲା ଚାରି ହଜାର କୋଭିଡ୍-୧୯ ଟେଷ୍ଟିଂ କିଟ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପହଞ୍ଚିଲା କୋଭିଡ୍ -୧୯ ଟେଷ୍ଟ କିଟ୍। ଏକ ସ୍ୱତନ୍ତ୍ର କାରଗୋ ବିମାନ ଯୋଗେ ମହାରାଷ୍ଟ୍ର ପୁଣେସ୍ଥିତ ମାଇ ଲାବୋରେଟୋରୀରୁ ଏହି କିଟ୍ ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛି। ଏହା ଦ୍ୱାରା ଚାରି ହଜାର କୋଭିଡ୍ -୧୯ ଟେଷ୍ଟ ହୋଇପାରିବ।

କୋଭିଡ୍-୧୯ ଟେଷ୍ଟିଂ କିଟ୍ ସହ RNA ଏକ୍ସଟ୍ରାକ୍ସନ କିଟ୍, ପର୍ସନାଲ ପ୍ରୋଟେକ୍ଟିଭ ଇକୁପମେଣ୍ଟସ୍ PPE ଓ ଭିଟିଏମ୍ ଭଳି ଅନେକ ସାମଗ୍ରୀ  ଆସି ପହଞ୍ଚିଛି। ଓଡ଼ିଶା ରାଜ୍ୟ ଔଷଧ ନିଗମର ଉଦ୍ୟମରୁ ଏହି ସମସ୍ତ କିଟ୍ ଆସି ଠିକ୍ ସମୟରେ ଭୁବନେଶ୍ୱରରେ ପହଞ୍ଚିପାରିଛି।

ସୂଚନାଯୋଗ୍ୟ, ରାଜ୍ୟରେ  ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।



from Odisha Reporter https://ift.tt/2xi0Pip

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages