ଆଜି ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକୀ; ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 17, 2020

ଆଜି ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକୀ; ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ପୁଣ୍ୟ ତିଥି। ଏହି ଅବସରରେ ଟ୍ୱିଟ୍‌ କରି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଟ୍ୱିଟ୍‌ ମାଧ୍ୟମରେ ସେ କହିଛନ୍ତି, ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା। ଯାହା ଲୋକଙ୍କ ସେବା ପାଇଁ ଆମକୁ ଅନୁପ୍ରାଣିତ କରି ଆସିଛି।

ଚଳିତଥର ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ବିଜୁବାବୁଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଛି। ସାରା ବିଶ୍ୱ ବର୍ତ୍ତମାନ କରୋନା ମହାମାରୀକୁ ମୁକାବିଲା କରୁଥିବା ବେଳେ ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।

ସେହିପରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଭୂମିପୂତ୍ର  ବିଜୁ ପଟ୍ଟନାୟକ ଆଧୁନିକ ଓଡ଼ିଶାର ବଡ଼ ନେତା ଓ ସେ ସମୟର ପ୍ରମୁଖ ଜାତୀୟ ନେତା ଥିଲେ।  ତାଙ୍କ ଛାପ ଆଜି ବି ରହିଛି ଓ  ତାଙ୍କ ଆଦର୍ଶ ଆମକୁ ପ୍ରେରଣା ଦେଉଥିବ।

ଏହାସହ ବିଜୁ ବାବୁଙ୍କ ଶେଷକୃତ୍ୟ ବେଳର ଫଟୋ ମଧ୍ୟ ବୈଜୟନ୍ତ ଟ୍ୱିଟ୍ କରିଛନ୍ତି ।



from Odisha Reporter https://ift.tt/2XTZNEn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages