ଟ୍ରକ୍‌-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 10, 2020

ଟ୍ରକ୍‌-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା

ଯାଜପୁର (ଗୁଲାମ ଗସ୍‌):  ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଏନ୍‌ଏଚ୍‌-୧୬ର ଭାଲୁଖାଇ ନିକଟରେ ଏକ ଟ୍ରକ୍‌ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଛି ।  ଏଥିରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସମେତ ଛଅ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଦୁଇ ଜଣଙ୍କ ଅବସ୍ଥା ଗୁରତର ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଛଅ ଜଣ ଆମ୍ବୁଲାନ୍ସ ଯୋଗେ ପୁରୀରୁ ଶବଦାହ ସାରି ଭଦ୍ରକ ଫେରୁଥିଲେ।  ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କର କିଛି ହୋଇନାହିଁ। ପୁଲିସ୍‌ ସେମାନଙ୍କୁ ଅଟକ ରଖିଛି ଓ ଟ୍ରକ୍‌କୁ ମଧ୍ୟ ଜବତ କରିଛି।



from Odisha Reporter https://ift.tt/2UVktK1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages