ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 20, 2020

ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚି ଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ଜରିଆରେ ତଥ୍ୟ ଦେଇଛି।

ଏହି ୫ ଜଣ ନୂଆ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ ଏଠାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚି ଯାଇଛି। ଗତକାଲି ବାଲେଶ୍ୱର ଜିଲ୍ଲାରେ ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରେ ଜଣେ ୨ ବର୍ଷର ଶିଶୁ କନ୍ୟା ରହିଥିଲେ।

ଅନ୍ୟପକ୍ଷରେ ଏବେ ରାଜ୍ୟରେ ମୋଟ ଆକ୍ଟିଭ୍ କେସ୍ ୫୩ ଥିବା ବେଳେ ୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତକାଲି ସୁଦ୍ଧା ଆରୋଗ୍ୟଙ୍କ ସଂଖ୍ୟା ୨୪ ଥିଲା। ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସେହିପରି ରାଜ୍ୟରେ ଜଣେ ବ୍ୟକ୍ତି କରୋନାରେ ପ୍ରାଣ ହରାଇଥିଲେ।

ସୂଚନାଯୋଗ୍ୟ, ଗତକାଲି ଗୋଟିଏ ଦିନରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।



from Odisha Reporter https://ift.tt/2Knciju

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages