ଭଦ୍ରକ, ବାଲେଶ୍ୱର, ଯାଜପୁର ପାଇଁ ଷ୍ଟେଟ୍‌ ରାପିଡ ରେସପନ୍ସ ଟିମ୍‌ ଗଠିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 20, 2020

ଭଦ୍ରକ, ବାଲେଶ୍ୱର, ଯାଜପୁର ପାଇଁ ଷ୍ଟେଟ୍‌ ରାପିଡ ରେସପନ୍ସ ଟିମ୍‌ ଗଠିତ

ଭୁବନେଶ୍ୱର(ଓଡିଶା ରିପୋର୍ଟର): ଭଦ୍ରକ, ବାଲେଶ୍ୱର, ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବୃଦ୍ଧି ପାଉଛି। ଗତ ଦୁଇ ଦିନ ଭିତରେ ୧୮ ଆକ୍ରାନ୍ତ ଚି଼ହ୍ନଟ ହୋଇଥିବାରୁ ଏହା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ପରିସ୍ଥିତିର ଅନୁଧ୍ୟାନ ପାଇଁ ୩ଟି ଷ୍ଟେଟ୍‌ ରାପିଡ ରେସପନ୍ସ ଟିମ୍‌ ଗଠିତ ହୋଇଛି। ଏହି ତିନିଟି ଟିମ୍ ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଗସ୍ତରେ ଯିବେ।

ଏସସିବି ମେଡିକାଲ କଲେଜର ଟେକନିକାଲ ଟିମ୍ ଯାଜପୁର ଜିଲ୍ଲା ଗସ୍ତ କରିବେ। ଫକୀର ମୋହନ ମେଡିକାଲ କଲେଜର ଟେକନିକାଲ ଟିମ୍ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଯିବେ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବାଲେଶ୍ୱର ଜିଲ୍ଲା ଗସ୍ତ କରିବେ ଓ  ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଭଦ୍ରକ ଯିବେ। ସେହିପରି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଯାଜପୁର ଗସ୍ତରେ ଯିବେ। ମେଡିକାଲ କଲେଜର ବିଶେଷଜ୍ଞ ଓ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର କଣ୍ଟେନମେଣ୍ଟ ଜୋନ ତଦାରଖ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

 

 



from Odisha Reporter https://ift.tt/2wTRcpS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages